Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:20 - ଓଡିଆ ବାଇବେଲ

20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।

Gade chapit la Kopi

ପବିତ୍ର ବାଇବଲ

20 ଦେଖ, ସଦାପ୍ରଭୁ ମୋତେ ଆଶୀର୍ବାଦ କରିବାକୁ ଆଜ୍ଞା ଦେଇଛନ୍ତି। ସେ ନିଜେ ମଧ୍ୟ ଆଶୀର୍ବାଦ କରିଛନ୍ତି। ଏଣୁ ମୁଁ ଏହା ଅନ୍ୟଥା କରି ନ ପାରେ।

Gade chapit la Kopi




ଗଣନା ପୁସ୍ତକ 23:20
12 Referans Kwoze  

ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ ?”


ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ୱରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ ।


ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି ? ପରମେଶ୍ୱର ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”


ସେତେବେଳେ ଇସ୍‍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋ’ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”


ଏହିରୂପେ ସେମାନେ ଇସ୍ରାଏଲ ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।


ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତ କାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୁ ! ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”


Swiv nou:

Piblisite


Piblisite