Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍‍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀ ୟମ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍‍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।

Gade chapit la Kopi

ପବିତ୍ର ବାଇବଲ

1 ବିଲିୟମ ହୃ‌ଦ୍‌ବୋଧ କଲେ ଯେ, ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବାକୁ ଗ୍ଭହିଁଲେ। ତେଣୁ ସେ ପୂର୍ବପରି କୌଣସି ନୈବେଦ୍ୟ ପ୍ରୟୋଗ କରିବା ପାଇଁ ଚେଷ୍ଟା କଲେ ନାହିଁ। କିନ୍ତୁ ସେ ତୁଚ୍ଛାଟାରେ ମରୁଭୂମି ଆଡ଼େ ନିଜ ମୁଖ ରଖିଲା।

Gade chapit la Kopi




ଗଣନା ପୁସ୍ତକ 24:1
13 Referans Kwoze  

ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !


ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚ ସ୍ଥାନକୁ ଗଲା।


କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।


ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।


ଏଣୁ ବାଲାକ ବିଲୀୟମ୍‍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।


ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।


ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”


ଏଥିରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”


ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ। ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରି ଗଲେ।


ଏଥିରେ ଶାଉଲ ଉଠି ସୀଫ୍‍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍‍ ପ୍ରାନ୍ତରକୁ ଗଲେ।


ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।


ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।


ତହୁଁ ବାଲାକ ବିଲୀୟମ୍‍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।


Swiv nou:

Piblisite


Piblisite