Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:2 - ଓଡିଆ ବାଇବେଲ

2 ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ବିଲୀୟମ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି ପରମେଶ୍ଵରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।

Gade chapit la Kopi

ପବିତ୍ର ବାଇବଲ

2 ବିଲିୟମ ଦେଖିଲା ଯେ, ଇସ୍ରାଏଲର ଲୋକମାନେ ସେମାନଙ୍କର ପରିବାରବର୍ଗ ଅନୁସାରେ ରହିଲେ। ତା'ପରେ ପରମେଶ୍ୱରଙ୍କର ଆତ୍ମା ବିଲିୟମ ଉପରକୁ ଆସିଲା।

Gade chapit la Kopi




ଗଣନା ପୁସ୍ତକ 24:2
17 Referans Kwoze  

ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍‍ବକ୍ତା ଦଳକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍‍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;


ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।


ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର ।


ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର ।


କିଣାନୀୟ ଶିମୋନ ଓ ଈଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।


ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ ?


ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ ?


ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।


ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର !


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାଙ୍କ ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ଚାଳିତ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍‍-ରିଶୀୟାଥୟିମ୍‍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍‍-ରିଶୀୟାଥୟିମ୍‍ ଉପରେ ତାହାର ହସ୍ତ ପ୍ରବଳ ହେଲା।


Swiv nou:

Piblisite


Piblisite