Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:24 - ଓଡିଆ ବାଇବେଲ

24 ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର କୀତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”

Gade chapit la Kopi

ପବିତ୍ର ବାଇବଲ

24 ମାତ୍ର କୀତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଓ ଏବରକୁ ପରାସ୍ତ କରିବେ। କିନ୍ତୁ ଏହି ଜାହାଜଗୁଡ଼ିକ ମଧ୍ୟ ଧ୍ୱଂସ ହେବେ।”

Gade chapit la Kopi




ଗଣନା ପୁସ୍ତକ 24:24
24 Referans Kwoze  

ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।


କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରି ଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରି ଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।


ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”


ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ ।


ଏଣୁ ତୁମ୍ଭେମାନେ ଯେତେବେଳେ ଦାନିଏଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),


ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମ କାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।


ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ।


ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟ ସ୍ଥାନରେ ଥିବାର ବୃହତ୍‍ ଶୃଙ୍ଗ ପ୍ରଥମ ରାଜା।


କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।


ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।


ସୋର ବିଷୟକ ଭାବବାଣୀ। ହେ ତର୍ଶୀଶ୍‍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।


ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।


ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି ? ସେମାନେ କହିଲେ, କାଇସରଙ୍କର ।


ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ ?”


ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀ ଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।


ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।


Swiv nou:

Piblisite


Piblisite