Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 27:20 - ଓଡିଆ ବାଇବେଲ

20 ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆହୁରି ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।

Gade chapit la Kopi

ପବିତ୍ର ବାଇବଲ

20 “ତାଙ୍କୁ ତୁମ୍ଭେ ଆପଣାର କିଛି ଅଧିକାର ଦିଅ ଯେପରି ସମସ୍ତ ଇସ୍ରାଏଲର ଲୋକମାନେ ତାଙ୍କୁ ମାନିବେ।

Gade chapit la Kopi




ଗଣନା ପୁସ୍ତକ 27:20
11 Referans Kwoze  

ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।


ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।


ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା। ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।


ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହିଦିନ ସେସମସ୍ତ ଚିହ୍ନ ଘଟିଲା।


ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।


ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।


ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।


ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”


Swiv nou:

Piblisite


Piblisite