Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:14 - ଓଡିଆ ବାଇବେଲ

14 ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।

Gade chapit la Kopi

ପବିତ୍ର ବାଇବଲ

14 ସେତେବେଳେ ମୋଶା ସେନାପତିମାନଙ୍କ ପ୍ରତି (ଅର୍ଥାତ୍ ସହସ୍ରପତି ଓ ଶତପତିମାନଙ୍କ ପ୍ରତି) କ୍ରୋଧ କଲେ, ଯେଉଁମାନେ ଯୁଦ୍ଧ କ୍ଷେତ୍ରରୁ ଫେରି ଆସିଥିଲେ।

Gade chapit la Kopi




ଗଣନା ପୁସ୍ତକ 31:14
13 Referans Kwoze  

କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ ।


ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାଆନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାଆନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।”


ପୁଣି, ଭବିଷ୍ୟଦ୍‍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।”


ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,


ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।


ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,


ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।”


ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।


ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।


ଆଉ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ ?


ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍‍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।


ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ।


Swiv nou:

Piblisite


Piblisite