Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:23 - ଓଡିଆ ବାଇବେଲ

23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁ ସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯେସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି ଯେସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।

Gade chapit la Kopi

ପବିତ୍ର ବାଇବଲ

23 ଯେଉଁ ଦ୍ରବ୍ୟ ଅଗ୍ନିରେ ପକାଯାଇ ପାରିବ ନାହିଁ ତାକୁ ଜଳରେ ଧୋଇ ଶୁଚି କରିବ।

Gade chapit la Kopi




ଗଣନା ପୁସ୍ତକ 31:23
20 Referans Kwoze  

ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।


ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।


ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ ।


ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।


ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ ।


ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;


ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ୱରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ ।


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।


ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।


ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,


ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ


ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ସବୁ ଧୌତ କଲେ।


Swiv nou:

Piblisite


Piblisite