Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:3 - ଓଡିଆ ବାଇବେଲ

3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଲୋକ ସଜ୍ଜ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ତାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।

Gade chapit la Kopi

ପବିତ୍ର ବାଇବଲ

3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କର କେତେକ ଲୋକମାନଙ୍କୁ ଯୁଦ୍ଧ ପାଇଁ ପ୍ରସ୍ତୁତ କର, ସେମାନେ ମିଦିୟନୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କ ଦଣ୍ତାଜ୍ଞା ସଫଳ କରିବା ନିମନ୍ତେ ଯୁଦ୍ଧ କରିବେ।

Gade chapit la Kopi




ଗଣନା ପୁସ୍ତକ 31:3
12 Referans Kwoze  

ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।


କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍‍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।


ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”


ପୁଣି ଆମ୍ଭେ ଯେପରି ଈଷେବଲ୍‍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ।


ସଦାପ୍ରଭୁଙ୍କ ଦୂତ କହିଲେ, ତୁମ୍ଭେମାନେ ମେରୋସକୁ ଶାପ ଦିଅ, ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।


“ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!


ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।


“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”


ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”


ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।


ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”


Swiv nou:

Piblisite


Piblisite