Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:1 - ଓଡିଆ ବାଇବେଲ

1 ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ରୁବେନ-ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେ, ଦେଖ, ସେ ସ୍ଥାନ ପଶୁପଲ ନିମନ୍ତେ ସ୍ଥାନ ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।

Gade chapit la Kopi

ପବିତ୍ର ବାଇବଲ

1 ରୁବେନ୍ ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ଅନେକ ପଶୁ ପଲ ଥିଲା। ଏଣୁ ସେମାନେ ଯାସେର ଓ ଗିଲିୟଦ ଦେଶଗୁଡ଼ିକୁ ଦେଖିଲେ, ସେ ସ୍ଥାନଗୁଡ଼ିକ ପଶୁପଲ ପାଇଁ ଉପଯୁକ୍ତ।

Gade chapit la Kopi




ଗଣନା ପୁସ୍ତକ 32:1
30 Referans Kwoze  

ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ।


ଅଟ୍‍ରୋତ୍‍-ଶୋଫନ, ଯାସେର, ଯଗ୍‍ବିହ,


“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,


କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।


ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।


ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।”


ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;


ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।


ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।


ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ।


ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରି ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”


ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ’ ସ୍ୱାମୀ ମୋତେ ଭଲ ପାଇବେ।”


ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।


ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।


ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;


ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।


ତହିଁରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।


ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷ ପଲ ନିକଟରେ ବଂଶୀନାଦ ଶୁଣିବାକୁ ? ରୁବେନ୍‍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।


କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍‍ ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍କୁ


ତହିଁ ଉତ୍ତାରୁ ସେମାନେ ଗିଲୀୟଦକୁ ଓ ତହତୀମ୍‍ହଦ୍‍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍‍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।


ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ବୁ ଓ ସେଠାରେ ପ୍ରାପ୍ତ ମିୟନୀୟମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, (ତାହା ଆଜି ପର୍ଯ୍ୟନ୍ତ ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା।


ଗିଲୀୟଦରେ କ’ଣ ଔଷଧ ନାହିଁ ? ସେଠାରେ କ’ଣ ବୈଦ୍ୟ ନାହାନ୍ତି ? ତେବେ ମୋ’ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ ?


ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।


Swiv nou:

Piblisite


Piblisite