Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:14 - ଓଡିଆ ବାଇବେଲ

14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।

Gade chapit la Kopi

ପବିତ୍ର ବାଇବଲ

14 ଏଠାକୁ ଦେଖ, ତୁମ୍ଭେମାନେ ତୁମ୍ଭ ପିତୃଗଣଙ୍କ ପରି କାର୍ଯ୍ୟ କଲ, ତୁମ୍ଭେମାନେ ପାପିଷ୍ଠ ଲୋକମାନଙ୍କର ନୂତନ ପିଢ଼ି ସଦାପ୍ରଭୁଙ୍କୁ ଇସ୍ରାଏଲର ଲୋକମାନଙ୍କ ପ୍ରତି କ୍ରୋଧିତ କରାଉଛ।

Gade chapit la Kopi




ଗଣନା ପୁସ୍ତକ 32:14
19 Referans Kwoze  

ଅତଏବ ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ ।


ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ତୁମ୍ଭେମାନେ କାହାକୁ ଉପହାସ କରୁଅଛ ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ ?


ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।


ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।


ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ ? ଜଣେ ନାହିଁ।


ତୁମ୍ଭମାନଙ୍କ ପିତୃପୁରୁଷମାନେ କ’ଣ ଏପରି କାର୍ଯ୍ୟ କଲେ ନାହିଁ ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ୱର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି ? ତଥାପି ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ।


ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସତ୍ୟ-ଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ।


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।


କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”


ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।


“ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।”


Swiv nou:

Piblisite


Piblisite