Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:2 - ଓଡିଆ ବାଇବେଲ

2 “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,

Gade chapit la Kopi

ପବିତ୍ର ବାଇବଲ

2 “ଇସ୍ରାଏଲର ଲୋକମାନଙ୍କୁ କୁହ: “ଯେତେବେଳେ ତୁମ୍ଭେମାନେ କିଣାନ ଦେଶରେ ପ୍ରବେଶ କରିବ, ତାହା ତୁମ୍ଭମାନଙ୍କର ଦେଶ ହେବ। ଏଗୁଡ଼ିକ ସେହି ଦେଶର ସୀମା ହେବ।

Gade chapit la Kopi




ଗଣନା ପୁସ୍ତକ 34:2
23 Referans Kwoze  

ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”


ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା।


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,


ଈଶ୍ୱରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।


ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,


ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍‍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।


ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।”


ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।


ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତ-ବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।


ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ।


Swiv nou:

Piblisite


Piblisite