Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:49 - ଓଡିଆ ବାଇବେଲ

49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ଵାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ଵାରା ସେମାନେ ଗଣିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

49 ମୋଶାଙ୍କୁ ସଦାପ୍ରଭୁ ଯେଉଁ ଅନୁସାରେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ସେ ସେମାନଙ୍କର ସେବା ଓ ଭାର ବହିବା ଅର୍ଥ ଅନୁସାରେ ଗଣ୍ୟ ହେଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶାଙ୍କ ଦ୍ୱାରା ଏହା କରାଗଲା।

Gade chapit la Kopi




ଗଣନା ପୁସ୍ତକ 4:49
18 Referans Kwoze  

ଇସ୍ରାଏଲ ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।


ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,


ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।


ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।


ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।


ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।


ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।


ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।


Swiv nou:

Piblisite


Piblisite