Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:2 - ଓଡିଆ ବାଇବେଲ

2 “ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆଜ୍ଞା ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପ୍ରତ୍ୟେକ କୁଷ୍ଠୀକି ଓ ପ୍ରତ୍ୟେକ ପ୍ରମେହୀକି ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକି ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।

Gade chapit la Kopi

ପବିତ୍ର ବାଇବଲ

2 “ଏକ ମନୁଷ୍ୟକୁ, ଯାହାକୁ ହାନିକାରକ ଚର୍ମରୋଗ ପ୍ରମେହ ଓ ଯିଏ ମୃତଶବକୁ ଛୁଇଁଥାଏ ସେ ନିଶ୍ଚୟ ଛାଉଣିରୁ ବାହାରକୁ ଯିବ, ଇସ୍ରାଏଲ ଲୋକମାନଙ୍କୁ ଏହି ଆଜ୍ଞା ଦିଅ।

Gade chapit la Kopi




ଗଣନା ପୁସ୍ତକ 5:2
15 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।


ତାହାଠାରେ ଯେତେ ଦିନ ଘା’ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।


ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥା’ନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।”


ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।


ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ ?


ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।


ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।


ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।


ଆଉ, ଯେଉଁ କୁଷ୍ଠୀର ଘା’ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।


Swiv nou:

Piblisite


Piblisite