Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:9 - ଓଡିଆ ବାଇବେଲ

9 ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।

Gade chapit la Kopi

ପବିତ୍ର ବାଇବଲ

9 ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସେମାନଙ୍କର ପବିତ୍ର କାର୍ଯ୍ୟ ଥିଲା କାନ୍ଧରେ ଜିନିଷ ବହନ କରିବା।

Gade chapit la Kopi




ଗଣନା ପୁସ୍ତକ 7:9
9 Referans Kwoze  

କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।


ଆଉ, ସଦାପ୍ରଭୁଙ୍କ ସିନ୍ଦୁକବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।


ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।


ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”


ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।


ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ୱରଙ୍କ ସିନ୍ଦୁକ ଧରିଲା।


ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।


ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।


Swiv nou:

Piblisite


Piblisite