Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:13 - ଓଡିଆ ବାଇବେଲ

13 ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କନିକଟରେ ପ୍ରକାଶିତ ହେଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଫଳରେ, ଏଠାକାର ସମସ୍ତ ପ୍ରସାଦରକ୍ଷୀ ଓ ଅନ୍ୟ ସମସ୍ତେ ଜାଣନ୍ତି ଯେ, ଖ୍ରୀଷ୍ଟଙ୍କର ସେବକ ହୋଇଥିବାରୁ ମୁଁ ବର୍ତ୍ତମାନ ବନ୍ଦୀଶାଳାରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;

Gade chapit la Kopi

ପବିତ୍ର ବାଇବଲ

13 ସମଗ୍ର ପ୍ରହରୀ ଦଳ ଓ ଅନ୍ୟ ଲୋକମାନେ ଜାଣନ୍ତି ଯେ ମୁଁ ଖ୍ରୀଷ୍ଟଙ୍କ ଜଣେ ବିଶ୍ୱାସୀ ହୋଇଥିବାରୁ ବନ୍ଦୀଘରେ ରଖାଯାଇଛି।

Gade chapit la Kopi




ଫିଲିପୀୟ 1:13
17 Referans Kwoze  

ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ୱରଙ୍କ ବାକ୍ୟ ଆବଦ୍ଧ ନୁହେଁ ।


ଏଥି ନିମନ୍ତେ ମୁଁ ପାଉଲ, ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ


ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି ।


ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି ।


ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛି ।


ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ,


ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି ।


ତିନି ଦିନ ପରେ ସେ ଯିହୂଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି ।


ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ ।


ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,


ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ ।


Swiv nou:

Piblisite


Piblisite