Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:28 - ଓଡିଆ ବାଇବେଲ

28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ଵାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶର, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ଵରଦତ୍ତ ଏକ ଲକ୍ଷଣ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଶତ୍ରୁମାନଙ୍କୁ ଭୟ କର ନାହିଁ, ସାହସରେ ଅଟଳ ରୁହ। ତାହାହେଲେ, ସେମାନେ ଜାଣି ପାରିବେ ଯେ, ସେମାନଙ୍କର ପରାଜୟ ସୁନିଶ୍ଚିତ ଓ ତୁମ୍ଭେମାନେ ବିଜୟ ଲାଭ କରିବ, କାରଣ ଈଶ୍ୱର ହିଁ ତୁମ୍ଭମାନଙ୍କୁ ଜୟଯୁକ୍ତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ;

Gade chapit la Kopi

ପବିତ୍ର ବାଇବଲ

28 ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅଛନ୍ତି ସେମାନଙ୍କୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ୱରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭେମାନେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତ୍ରୁମାନେ ବିନାଶ ହେବେ।

Gade chapit la Kopi




ଫିଲିପୀୟ 1:28
24 Referans Kwoze  

ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।


ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।


ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ୱରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ ।


ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ ମନୁଷ୍ୟ ମୋହର କ'ଣ କରିବ ?


ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ ।


ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ ।


ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ୱରଙ୍କ ପରିତ୍ରାଣ ଦେଖିବେ ।


ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ହେ ସଦାପ୍ରଭୁ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।


ଅତଏବ ଈଶ୍ୱରଙ୍କ ଏହି ପରିତ୍ରାଣ ଅଣଯିହୂଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ ।


ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”


ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;


ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ ।


Swiv nou:

Piblisite


Piblisite