Biblia Todo Logo
Bib sou entènèt

- Piblisite -




ଫିଲିପୀୟ 4:14 - ଓଡିଆ ବାଇବେଲ

14 ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ଵାରା ଭଲ କରିଅଛ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତଥାପି ମୋର କ୍ଲେଶଭୋଗ ସମୟରେ ମୋତେ ସାହାଯ୍ୟ କରି ତୁମ୍ଭେମାନେ ମହତ୍ କାର୍ଯ୍ୟ କରିଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ।

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ ମୋର ସାହାଯ୍ୟ ଦରକାର ଥିଲାବେଳେ, ତୁମ୍ଭେମାନେ ମୋତେ ସାହାଯ୍ୟ କରି ଭଲ କରିଛ।

Gade chapit la Kopi




ଫିଲିପୀୟ 4:14
14 Referans Kwoze  

ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ ।


ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି ।


କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ ।


କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ ।


ମାତ୍ର, ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଲେ, “ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ସଂକଳ୍ପ ଅଛି, ତୁମ୍ଭର ଏହି ସଂକଳ୍ପ କରିବା ଉତ୍ତମ;


ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;


ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହି ସବୁ ମୋ' ପାଇଁ ଯଥେଷ୍ଟ; ସେହି ସବୁ ଈଶ୍ୱରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ ।


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।


ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୂଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ ।


ମାତ୍ର ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଲେ, ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି ।


ଏକ ଦିଗରେ ତିରସ୍କାର ଓ କ୍ଳେଶ ଦ୍ୱାରା କୌତୁକାସ୍ପଦ ହୋଇଥିଲ, ଅନ୍ୟ ଦିଗରେ ସେହି ପ୍ରକାର ବ୍ୟବହାର ପାଉଥିବା ଲୋକମାନଙ୍କର ସହଭାଗୀ ହୋଇଥିଲ ।


Swiv nou:

Piblisite


Piblisite