Biblia Todo Logo
Bib sou entènèt

- Piblisite -




ଫିଲିପୀୟ 4:17 - ଓଡିଆ ବାଇବେଲ

17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ଵାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 କିନ୍ତୁ ତୁମ୍ଭମାନଙ୍କଠାରୁ କେବଳ ଦାନ ଗ୍ରହଣ କରିବାକୁ ମୁଁ ଚାହେଁ ନାହିଁ; ଏହାର ଫଳରେ ତୁମ୍ଭେମାନେ ଯେପରି ଅଧିକରୁ ଅଧିକ ଲାଭବାନ ହୁଅ, ଏହା ମୋର ଇଚ୍ଛା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।

Gade chapit la Kopi

ପବିତ୍ର ବାଇବଲ

17 ମୁଁ ତୁମ୍ଭ ଉପହାର ପାଇଁ ଲାଳାୟିତ ନୁହେଁ କିନ୍ତୁ ମୁଁ ଗ୍ଭହେଁ ଯେ, ଦେବା ଦ୍ୱାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।

Gade chapit la Kopi




ଫିଲିପୀୟ 4:17
26 Referans Kwoze  

ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି ।


କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି ।


ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ ।


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ୱରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,


ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି ।


ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ୱର ଏଥିର ସାକ୍ଷୀ ।


ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ,ଏଥି ନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି ।


ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି ।


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର,ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ ।


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି ।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ ।


ହାୟ, ମୁଁ ସନ୍ତାପର ପାତ୍ର ! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ୱିରି ଫଳ ଲାଳସା କରେ।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି ।


Swiv nou:

Piblisite


Piblisite