Biblia Todo Logo
Bib sou entènèt

- Piblisite -




ହିତୋପଦେଶ 2:1 - ଓଡିଆ ବାଇବେଲ

1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ’ କଥା ଗ୍ରହଣ କର ଓ ମୋ’ ଆଜ୍ଞାସବୁ ମନରେ ରଖ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ପୁତ୍ର, ତୁମ୍ଭେ ଯେବେ ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;

Gade chapit la Kopi

ପବିତ୍ର ବାଇବଲ

1 ହେ ମୋର ପୁତ୍ର, ମୋର ବାକ୍ୟ ଗ୍ରହଣ କର। ମୋର ନିର୍ଦ୍ଦେଶ ମନେରଖ।

Gade chapit la Kopi




ହିତୋପଦେଶ 2:1
21 Referans Kwoze  

ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।


ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;


ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।


ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।


ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ।


ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।


ହେ ମୋହର ପୁତ୍ର, ଶୁଣ, ମୋ’ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।


କିନ୍ତୁ ମରିୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ ।


ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ । ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା ।


ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ ।


ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି ।


ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ ।


ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।


କିଅବା ତାହା ସମୁଦ୍ର ସେପାରିରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସମୁଦ୍ର ପାର ହୋଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ ?


ଜ୍ଞାନ କ’ଣ ଡାକେ ନାହିଁ ? ବୁଦ୍ଧି କ’ଣ ଉଚ୍ଚସ୍ୱର କରେ ନାହିଁ ?


ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;


ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।


Swiv nou:

Piblisite


Piblisite