Biblia Todo Logo
Bib sou entènèt

- Piblisite -




ହିତୋପଦେଶ 3:2 - ଓଡିଆ ବାଇବେଲ

2 ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେହେତୁ ତଦ୍ଦ୍ଵାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।

Gade chapit la Kopi

ପବିତ୍ର ବାଇବଲ

2 ମୋର ଶିକ୍ଷା ତୁମ୍ଭ ଜୀବନକୁ ଦୀର୍ଘମୟ ଓ ଶାନ୍ତି ପ୍ରଦାୟକ ହେବ।

Gade chapit la Kopi




ହିତୋପଦେଶ 3:2
22 Referans Kwoze  

ହେ ମୋହର ପୁତ୍ର, ଶୁଣ, ମୋ’ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।


ଯେହେତୁ ମୋ’ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।


ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା।


ସେହି ଭରସାର ଈଶ୍ୱର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର ।


ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।


ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।


କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ୱରପରାୟଣତା ଏହିକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ ।


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଶାନ୍ତିରେ ଅଛୁ;


ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।


କାରଣ ଈଶ୍ୱରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ ।


ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।


ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।


ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।


ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”


ପକ୍ୱ କେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।


ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।


ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।”


Swiv nou:

Piblisite


Piblisite