Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:1 - ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୁକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ! ମୋର ସାହାଯ୍ୟ ପାଇଁ କରୁଥିବା ପ୍ରାର୍ଥନା ଶୁଣ।

Gade chapit la Kopi




ଗୀତସଂହିତା 102:1
28 Referans Kwoze  

ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ’ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।


ମୋ’ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।


ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।


ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।


ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା ।


ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।


ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।


ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।


ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।


ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।


ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।


କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।


ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।


ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।


ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା]


ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]


ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।


ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।


Swiv nou:

Piblisite


Piblisite