Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:12 - ଓଡିଆ ବାଇବେଲ

12 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।

Gade chapit la Kopi

ପବିତ୍ର ବାଇବଲ

12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର। ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ।

Gade chapit la Kopi




ଗୀତସଂହିତା 102:12
15 Referans Kwoze  

ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।


ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।


ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।


ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି ।


ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।


ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।


ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।


ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ି ଦେଲେ, ଆଉ ବିନାଶ କର ବୋଲି କହିଲେ।


କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ୱରୂପ;


ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।


ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ।


ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି।


Swiv nou:

Piblisite


Piblisite