Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:18 - ଓଡିଆ ବାଇବେଲ

18 ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏହା ଭବିଷ୍ୟଦ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।

Gade chapit la Kopi

ପବିତ୍ର ବାଇବଲ

18 ଭବିଷ୍ୟତ ବଂଶଧର ପାଇଁ ଏହିକଥା ଲେଖି ରଖ ଏବଂ ଯେପରିକି ଲୋକମାନେ ଏପର୍ଯ୍ୟନ୍ତ ଜନ୍ମ ହୋଇ ନାହାନ୍ତି, ଯେଉଁମାନେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ।

Gade chapit la Kopi




ଗୀତସଂହିତା 102:18
21 Referans Kwoze  

ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥି ନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହି ସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି ।


ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।


ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥି ନିମନ୍ତେ ମୁଁ ଯତ୍ନ କରିବି ।


ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହି ସବୁ ଲେଖାଯାଇଅଛି ।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ ।


କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି ।


ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍‍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି।


ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।


ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”


ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।


Swiv nou:

Piblisite


Piblisite