Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:2 - ଓଡିଆ ବାଇବେଲ

2 ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୋʼ ସଙ୍କଟ ଦିନରେ ମୋʼଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।

Gade chapit la Kopi

ପବିତ୍ର ବାଇବଲ

2 ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ। ମୋ’ ପ୍ରତି କର୍ଣ୍ଣପାତ କର। ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ।

Gade chapit la Kopi




ଗୀତସଂହିତା 102:2
21 Referans Kwoze  

ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।


ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।


ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।


ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯା’ନ୍ତି।


ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।


ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ ।


ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।


ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋ’ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।


ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।


ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।


ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।


ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ?


ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;


ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।


ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।


ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।


ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,


ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ’ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର।


Swiv nou:

Piblisite


Piblisite