Biblia Todo Logo
Bib sou entènèt

- Piblisite -




ଗୀତସଂହିତା 109:3 - ଓଡିଆ ବାଇବେଲ

3 ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋ’ ସଙ୍ଗେ ଯୁଦ୍ଧ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆହୁରି, ସେମାନେ ଦ୍ଵେଷବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ଲୋକମାନେ ମୋ’ ପ୍ରତି ଘୃଣାକାରୀ କଥା କହନ୍ତି। ବିନା କାରଣରେ ମୋ’ ପ୍ରତି ଲୋକମାନେ ଆକ୍ରମଣ କରନ୍ତି।

Gade chapit la Kopi




ଗୀତସଂହିତା 109:3
14 Referans Kwoze  

ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ’ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।


ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି।


ତାହାସବୁ ସାରାଦିନ ଜଳ ପରି ମୋ’ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋ’ ଚାରିଆଡ଼େ ବେଷ୍ଟନ କଲେ।


ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।


ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।


ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।


ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍‍ କରିବାକୁ ଚାହିଁ ରହିଥା’ନ୍ତି।


ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।


ଆହୁରି ସେ କହିଲେ, ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି ? ମୁଁ କଅଣ କରିଅଛି ? ଅବା ମୋ’ ହାତରେ କେଉଁ ମନ୍ଦତା ଅଛି ?


ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।


Swiv nou:

Piblisite


Piblisite