Biblia Todo Logo
Bib sou entènèt

- Piblisite -




ଗୀତସଂହିତା 127:1 - ଓଡିଆ ବାଇବେଲ

1 ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ। ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ।

Gade chapit la Kopi




ଗୀତସଂହିତା 127:1
35 Referans Kwoze  

ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।


ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ୱର, ସେ ସାର ।


“ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” ଇସ୍ରାଏଲ ଏବେ କହୁନ୍ତୁ;


ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।


ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”


ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।


ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।


ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାଁନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,


ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ ?


ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ।


ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।


ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।


ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।


ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପା’ନ୍ତି।


ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହ ପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।


ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।


“ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।


ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋ’ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”


ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।


ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ’ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।


ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?


ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,


ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।


ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।


ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, ଦେଖ, ଆଜ ରାତ୍ର ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।


ପୁଣି, ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ ଶଲୋମନଙ୍କୁ ଜ୍ଞାନ ଦେଲେ; ଆଉ ହୂରମ୍‍ ଓ ଶଲୋମନଙ୍କ ମଧ୍ୟରେ ସନ୍ଧି ଥିଲା ଓ ସେ ଦୁହେଁ ପରସ୍ପର ନିୟମ କଲେ।


Swiv nou:

Piblisite


Piblisite