Biblia Todo Logo
Bib sou entènèt

- Piblisite -




ଗୀତସଂହିତା 13:3 - ଓଡିଆ ବାଇବେଲ

3 ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁ-ନିଦ୍ରାରେ ନିଦ୍ରାଗତ ହେବି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;

Gade chapit la Kopi

ପବିତ୍ର ବାଇବଲ

3 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋତେ ଥରେ ଗ୍ଭହଁ, ମୋର ପ୍ରଶ୍ନର ଉତ୍ତର ଦିଅ। ମୋତେ ଜାଣିବାକୁ ଦିଅ, ନଚେତ୍ ମୁଁ ଜୀବନ ହରାଇବି।

Gade chapit la Kopi




ଗୀତସଂହିତା 13:3
15 Referans Kwoze  

ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍‍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।


ଯେଣୁ ତୁମ୍ଭେ ମୋ’ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ’ ପରମେଶ୍ୱର ମୋ’ ଅନ୍ଧକାରକୁ ଆଲୁଅମୟ କରିବେ।


ସଦାପ୍ରଭୁ କହନ୍ତି, “ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।


ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।


ତହିଁରେ ଯୋନାଥନ କହିଲା, ମୋ’ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି !


ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।


ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।


ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ।


ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି।


ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ ।


ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ ।


Swiv nou:

Piblisite


Piblisite