Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:2 - ଓଡିଆ ବାଇବେଲ

2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ। ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।

Gade chapit la Kopi




ଗୀତସଂହିତା 139:2
17 Referans Kwoze  

ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ ?


ମାତ୍ର ତୁମ୍ଭର ବସିବାର, ଓ ବାହାରକୁ ଯିବାର ଓ ଭିତରକୁ ଆସିବାର, ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ମଧ୍ୟ ଆମ୍ଭେ ଜାଣୁ।


କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,


ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।


ମାତ୍ର ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।


ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।


କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି ? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।


ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ?


ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, “ନା, ହେ ମୋ’ ପ୍ରଭୁ, ମହାରାଜ, ମାତ୍ର ଆପଣ ନିଜ ଶୟନ ଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ।”


ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !”


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍‍, ଯେଉଁମାନେ ସେହି କାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍‍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି ?


ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।


ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ।


ତହିଁରେ ସଦାପ୍ରଭୁଙ୍କ ଆତ୍ମା ମୋ’ଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, “କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେଉଁ ଯେଉଁ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ।


Swiv nou:

Piblisite


Piblisite