Biblia Todo Logo
Bib sou entènèt

- Piblisite -




ଗୀତସଂହିତା 16:5 - ଓଡିଆ ବାଇବେଲ

5 ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ଵରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।

Gade chapit la Kopi

ପବିତ୍ର ବାଇବଲ

5 ମୁଁ କେବଳ ମୋର ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି। ହେ ସଦାପ୍ରଭୁ, ତୁମ୍ଭେ ମୋର ସହାୟ ହୁଅ ଏବଂ ମୋତେ ମୋର ପ୍ରାପ୍ୟ ପ୍ରଦାନ କର।

Gade chapit la Kopi




ଗୀତସଂହିତା 16:5
28 Referans Kwoze  

ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋ’ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।


ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।


ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।


ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।


ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।


କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।


ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।” [ସେଲା]


ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳି ଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।


ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।


କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।


ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି ।


ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।


ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।


କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ ।


କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।


ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।


ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ ।


ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।


କାରଣ ହେ ରୁବେନ୍‍-ସନ୍ତାନଗଣ, ହେ ଗାଦ୍‍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ; ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ;


ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।


Swiv nou:

Piblisite


Piblisite