Biblia Todo Logo
Bib sou entènèt

- Piblisite -




ଗୀତସଂହିତା 2:1 - ଓଡିଆ ବାଇବେଲ

1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡଯନ୍ତ୍ର କରନ୍ତି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?

Gade chapit la Kopi

ପବିତ୍ର ବାଇବଲ

1 କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି? କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?

Gade chapit la Kopi




ଗୀତସଂହିତା 2:1
21 Referans Kwoze  

ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।


ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।


କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ।


ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ ।


ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।


ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।


ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ ।


କାରଣ ଯୀଶୁ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,


ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ ।


ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।


ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।


ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି।


ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।


Swiv nou:

Piblisite


Piblisite