Biblia Todo Logo
Bib sou entènèt

- Piblisite -




ଗୀତସଂହିତା 2:7 - ଓଡିଆ ବାଇବେଲ

7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।

Gade chapit la Kopi

ପବିତ୍ର ବାଇବଲ

7 ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି। ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି ଓ ତୁମ୍ଭେ ମୋର ପୁତ୍ର ହେଲ।

Gade chapit la Kopi




ଗୀତସଂହିତା 2:7
19 Referans Kwoze  

ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ୱର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ ।''


ଈଶ୍ୱର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଗୀତସଂହିତା ଦୁଇ ଅଧ୍ୟାୟରେ ମଧ୍ୟ ଲେଖା ଅଛି, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ" ।


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।"


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ" ଏହାଙ୍କ ବାକ୍ୟ ଶୁଣ ।


ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।


କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ୱରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ


କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ ।


କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।


ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ୱରଙ୍କ ପୁତ୍ର ।


ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଆଜ୍ଞାବହତା ଶିକ୍ଷା କଲେ,


ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି ? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ ?


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”


ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।


ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।


ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ?


ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।


Swiv nou:

Piblisite


Piblisite