Biblia Todo Logo
Bib sou entènèt

- Piblisite -




ଗୀତସଂହିତା 2:9 - ଓଡିଆ ବାଇବେଲ

9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି ଧ୍ୱଂସ କରିଦେଇ ପାରିବ।”

Gade chapit la Kopi




ଗୀତସଂହିତା 2:9
14 Referans Kwoze  

ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ , ଆଉ ତାହାଙ୍କ ସନ୍ତାନ ଈଶ୍ୱର ଓ ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ ।


ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।


ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।”


ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।


କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।


ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”


କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।


ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।


Swiv nou:

Piblisite


Piblisite