Biblia Todo Logo
Bib sou entènèt

- Piblisite -




ଗୀତସଂହିତା 24:1 - ଓଡିଆ ବାଇବେଲ

1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।

Gade chapit la Kopi

ପବିତ୍ର ବାଇବଲ

1 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।

Gade chapit la Kopi




ଗୀତସଂହିତା 24:1
18 Referans Kwoze  

ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।


କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର ।


ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।


କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା ? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।


ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।


ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।


ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।


ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା’ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।


ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।


ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।


ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।


ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କ’ଣ କରିବା ? ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।


କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ୱଭାର ଦେଲା ? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି ?


ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ ?


କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।


ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,


ହେ ସିୟୋନ କନ୍ୟେ, ଉଠ, ଶସ୍ୟ ମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


Swiv nou:

Piblisite


Piblisite