ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।