Biblia Todo Logo
Bib sou entènèt

- Piblisite -




ଗୀତସଂହିତା 32:3 - ଓଡିଆ ବାଇବେଲ

3 ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।

Gade chapit la Kopi

ପବିତ୍ର ବାଇବଲ

3 ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ। ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।

Gade chapit la Kopi




ଗୀତସଂହିତା 32:3
26 Referans Kwoze  

ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।


ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ ନାହିଁ।


ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।


ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?


ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋ’ଠାରୁ ଝଡ଼ି ପଡ଼ୁଅଛି ଓ ମୋ’ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।


ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।


ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇ ଅଛନ୍ତି।


ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।


ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି।


ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।


ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।


ରାତ୍ରିକାଳରେ ମୋହର ଅସ୍ଥିସବୁ ମୋ’ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।


କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ।


ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।


ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।


ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।


ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।


Swiv nou:

Piblisite


Piblisite