Biblia Todo Logo
Bib sou entènèt

- Piblisite -




ଗୀତସଂହିତା 5:4 - ଓଡିଆ ବାଇବେଲ

4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ଵର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ। କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।

Gade chapit la Kopi




ଗୀତସଂହିତା 5:4
16 Referans Kwoze  

ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ ?” “ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି,” “ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି ?” ଏପରି କହି କ୍ଳାନ୍ତ କରୁଅଛ।


ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।


ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।


କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ ।


ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ ?


ତଦ୍ଦ୍ୱାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।


ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ ।


ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।


ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ ?


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ ।


ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।


ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।


ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋ’ ପ୍ରାଣକୁ ପରିତ୍ୟାଗ କରୁଅଛ ? ତୁମ୍ଭେ କାହିଁକି ମୋ’ଠାରୁ ଆପଣା ମୁଖ ଲୁଚାଉଅଛ ?


Swiv nou:

Piblisite


Piblisite