Biblia Todo Logo
Bib sou entènèt

- Piblisite -




ଗୀତସଂହିତା 5:8 - ଓଡିଆ ବାଇବେଲ

8 ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର।

Gade chapit la Kopi

ପବିତ୍ର ବାଇବଲ

8 ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି। ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ, ଓ ମୋର ପଥକୁ ସରଳ କର।

Gade chapit la Kopi




ଗୀତସଂହିତା 5:8
16 Referans Kwoze  

ହେ ସଦାପ୍ରଭୁ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।


ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।


ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।


ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।


ହେ ସଦାପ୍ରଭୁ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ। ଟେଟ୍‍।


ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, "ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର ।"


ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।


ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।


ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ ।


ସେ ମୋ’ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।


ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”


ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।


ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋ’ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।


Swiv nou:

Piblisite


Piblisite