Biblia Todo Logo
Bib sou entènèt

- Piblisite -




ଗୀତସଂହିତା 6:3 - ଓଡିଆ ବାଇବେଲ

3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୋହର ପ୍ରାଣ ମଧ୍ୟ ଅତ୍ୟ; ବ୍ୟାକୁଳ ହେଉଅଛି; ପୁଣି ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?

Gade chapit la Kopi

ପବିତ୍ର ବାଇବଲ

3 ମୋର ସମଗ୍ର ଶରୀର କମ୍ପୁଅଛି। ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମୋତେ ସୁସ୍ଥ କରିବ।

Gade chapit la Kopi




ଗୀତସଂହିତା 6:3
15 Referans Kwoze  

ହେ ସଦାପ୍ରଭୁ, ଫେର; କେତେ କାଳ ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।


ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି ? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର ? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି ।


ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?


ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ ।


ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ ?


ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ ? ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ ?


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।


ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।


ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ।


ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।


ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।


Swiv nou:

Piblisite


Piblisite