Biblia Todo Logo
Bib sou entènèt

- Piblisite -




ଗୀତସଂହିତା 6:8 - ଓଡିଆ ବାଇବେଲ

8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ। କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି।

Gade chapit la Kopi




ଗୀତସଂହିତା 6:8
16 Referans Kwoze  

ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ ।


ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।


ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋ’ ନିକଟରୁ ଦୂର ହୁଅ।


ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ । ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ ।


ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]


ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,


ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋ’ ନିକଟରୁ ଦୂର ହୁଅ।


ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ।


ତୁମ୍ଭେ ମୃତ୍ୟୁୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ।


ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।


“ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।


ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ?


ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।


କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋ’ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।


ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।


Swiv nou:

Piblisite


Piblisite