Biblia Todo Logo
Bib sou entènèt

- Piblisite -




ଗୀତସଂହିତା 7:1 - ଓଡିଆ ବାଇବେଲ

1 ହେ ସଦାପ୍ରଭୁ ମୋ’ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋ’ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ ମୋʼ ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି। ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର।

Gade chapit la Kopi




ଗୀତସଂହିତା 7:1
29 Referans Kwoze  

ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋ’ ଶତ୍ରୁଗଣ ହସ୍ତରୁ ଓ ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।


ହବକ୍‍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍‍।


ଅତଏବ, ଯେଉଁମାନେ ଈଶ୍ୱରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍‍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ ।


ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍‍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ’ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।


ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।


ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।


ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋ’ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।


ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘ ସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।


ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।


ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।


ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।


ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।


ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।


ହେ ସଦାପ୍ରଭୁ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।


ଯେଣୁ ତୁମ୍ଭେ ମୋ’ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ’ ପରମେଶ୍ୱର ମୋ’ ଅନ୍ଧକାରକୁ ଆଲୁଅମୟ କରିବେ।


ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।


ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;


ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ?


ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।


ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।


ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି ।


ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ’ ଉପରେ ଉଲ୍ଲାସ ନ କରନ୍ତୁ।


Swiv nou:

Piblisite


Piblisite