Biblia Todo Logo
Bib sou entènèt

- Piblisite -




ଗୀତସଂହିତା 7:4 - ଓଡିଆ ବାଇବେଲ

4 ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେବେ ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି; )

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);

Gade chapit la Kopi

ପବିତ୍ର ବାଇବଲ

4 ଯେବେ ମୋର ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ, ମାତ୍ର ବିନା କାରଣରେ ଯେ ମୋର ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।

Gade chapit la Kopi




ଗୀତସଂହିତା 7:4
20 Referans Kwoze  

ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।


ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ।


କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।


ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି।


ଏହେତୁ ଦେଖନ୍ତୁ, ଆଜି ଯେପରି ମୋ’ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।


ଏଥିରେ ଅହୀମେଲକ୍‍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍‍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।


ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି ? ମୋହର ଅପରାଧ କଅଣ ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି ?


ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ ?


ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।


ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।


ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍‍, ତୁ ତୋ’ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ।”


ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋ’ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋ’ ହସ୍ତରେ କୌଣସି କଳଙ୍କ ଲାଗିଥାଏ;


ତେବେ ମୋ’ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋ’ ବାହୁ ଅସ୍ଥିରୁ ଭାଙ୍ଗିଯାଉ।


କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ ।


Swiv nou:

Piblisite


Piblisite