Biblia Todo Logo
Bib sou entènèt

- Piblisite -




ଗୀତସଂହିତା 71:3 - ଓଡିଆ ବାଇବେଲ

3 ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ’ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ଵରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।

Gade chapit la Kopi

ପବିତ୍ର ବାଇବଲ

3 ମୋର ଦୁର୍ଗ ହୁଅ। ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି। ମୋର ନିରାପଦର ସ୍ଥାନ, ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।

Gade chapit la Kopi




ଗୀତସଂହିତା 71:3
17 Referans Kwoze  

ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।


ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।


କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।


ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ି ଦେଲେ, ଆଉ ବିନାଶ କର ବୋଲି କହିଲେ।


ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।


ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।


ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।


ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ।


ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।


ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋ’ ପଦତଳେ ବଶୀଭୂତ କରନ୍ତି।


ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।


ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି।


ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।


Swiv nou:

Piblisite


Piblisite