Biblia Todo Logo
Bib sou entènèt

- Piblisite -




ଗୀତସଂହିତା 8:2 - ଓଡିଆ ବାଇବେଲ

2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।

Gade chapit la Kopi




ଗୀତସଂହିତା 8:2
21 Referans Kwoze  

ପୁଣି, ତାହାଙ୍କୁ ପଚାରିଲେ, ଏମାନେ କ'ଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?


ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।


କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।


କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ୱରଙ୍କ ଛାମୁରେ ଗର୍ବ ନ କରେ,


ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା ।


ସାରାଦିନ ମୋ’ ଅପମାନ ମୋ’ ସମ୍ମୁଖରେ ଥାଏ ଓ ମୋ’ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।


ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।


ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟସ୍ତବ୍‍ଧ ହୋଇ ରହିଅଛନ୍ତି।


ସେ ବଳବାନ ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।


ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]


ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।


ମାତ୍ର ସଦାପ୍ରଭୁ ମିସ୍ରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।


ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋ’ ପ୍ରାଣ ଅବନତ ହୋଇଅଛି; ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା]


ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।


ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”


Swiv nou:

Piblisite


Piblisite