Biblia Todo Logo
Bib sou entènèt

- Piblisite -




ଗୀତସଂହିତା 81:12 - ଓଡିଆ ବାଇବେଲ

12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।

Gade chapit la Kopi

ପବିତ୍ର ବାଇବଲ

12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ। ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।

Gade chapit la Kopi




ଗୀତସଂହିତା 81:12
20 Referans Kwoze  

ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ ।


ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !


କିନ୍ତୁ ଈଶ୍ୱର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖା ଅଛି, ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?


ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ ।


ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି;


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”


ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।


ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;


ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;


କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା-ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।


ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,


କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;


ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି ?


ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ।


ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।


Swiv nou:

Piblisite


Piblisite