Biblia Todo Logo
Bib sou entènèt

- Piblisite -




ଗୀତସଂହିତା 82:1 - ଓଡିଆ ବାଇବେଲ

1 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରମେଶ୍ଵର ପରମେଶ୍ଵରଙ୍କ ମଣ୍ତଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି। ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।

Gade chapit la Kopi




ଗୀତସଂହିତା 82:1
12 Referans Kwoze  

ଯେଉଁମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),


ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।


ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।


ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।


ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି।


ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷକୁ ଅଭିଶାପ ଦେବ ନାହିଁ।


ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।


ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କର।


ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।


ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ।


Swiv nou:

Piblisite


Piblisite