Biblia Todo Logo
Bib sou entènèt

- Piblisite -




ଗୀତସଂହିତା 82:5 - ଓଡିଆ ବାଇବେଲ

5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।

Gade chapit la Kopi

ପବିତ୍ର ବାଇବଲ

5 “ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ। ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”

Gade chapit la Kopi




ଗୀତସଂହିତା 82:5
19 Referans Kwoze  

ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କ’ଣ କରି ପାରିବ ?


ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?


ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।


ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;


କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁ ଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି । ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ ।


କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;


ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ? ସେମାନେ ମୋ’ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।


ତଥାପି ଈଶ୍ୱରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ ।


ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ ।


ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।


ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।


ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋ’ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।


ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।


ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।


ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।


ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। [ସେଲା]


କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ୱରୂପ;


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


Swiv nou:

Piblisite


Piblisite