Biblia Todo Logo
Bib sou entènèt

- Piblisite -




ଗୀତସଂହିତା 99:9 - ଓଡିଆ ବାଇବେଲ

9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ପବିତ୍ର ଅଟନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

Gade chapit la Kopi




ଗୀତସଂହିତା 99:9
15 Referans Kwoze  

କାରଣ ଯେ ଶକ୍ତିମାନ, ସେ ମୋ' ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ଵର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର ।


ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।


ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।


ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।


ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”


ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।


ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।


ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,


ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।


Swiv nou:

Piblisite


Piblisite