Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 10:4 - ଓଡିଆ ବାଇବେଲ

4 ସେହି ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହି ସବୁ ଗୋପନ କରି ରଖ, ଲେଖ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋʼ ପ୍ରତି ଆକାଶରୁ ଉକ୍ତ ଏହି ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନେ ଯାହା କଥାବାର୍ତ୍ତା ହେଲେ, ତାହା ମୁଁ ଲେଖିବାକୁ ଯାଉଥିଲି, କିନ୍ତୁ ସ୍ୱର୍ଗରୁ ଗୋଟିଏ କଣ୍ଠସ୍ୱର ଶୁଣିଲି। ସେହି ସ୍ୱର ମୋତେ କହିଲେ: “ମେଘ ଗର୍ଜନରେ ଯାହା ଶୁଣୁଛ, ତାହା ଗୋପନ ରଖ; ଲେଖ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହେଲି। ସେତେବେଳେ ମୋତେ ଆକାଶବାଣୀ ଶୁଭିଲା, “ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସେଗୁଡ଼ିକ ଗୁପ୍ତ ରଖ।”

Gade chapit la Kopi




ପ୍ରକାଶିତ 10:4
13 Referans Kwoze  

ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।


ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା।


ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।


ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ ।


ଗୁପ୍ତ ବିଷୟ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟ ସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।


ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”


ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋ’ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।


ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)


ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହି ସବୁ ଲିପିବଦ୍ଧ କର ।


ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର ।


Swiv nou:

Piblisite


Piblisite