Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 10:7 - ଓଡିଆ ବାଇବେଲ

7 ମାତ୍ର ଈଶ୍ୱରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ଈଶ୍ଵରଙ୍କ ଦ୍ଵାରା ଆପଣା ଦାସ ଭାବବାଦୀ-ମାନଙ୍କ ପ୍ରତି ପ୍ରକାଶିତ ଶୁଭସମ୍ଵାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍, ଯେତେବେଳେ ସେ ତୂରୀଧ୍ଵନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯେତେବେଳେ ସପ୍ତମ ଦୂତ ତୂରୀ ବଜାଇବେ, ଈଶ୍ୱର ତାଙ୍କର ସେବକ ଭାବବାଦୀଙ୍କ ନିକଟରେ ଯେଉଁ ଗୁପ୍ତ ସଙ୍କଳ୍ପ ପ୍ରକାଶ କରିଥିଲେ, ତାହା ସମ୍ପାଦନ କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ଈଶ୍ବରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍‍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ।

Gade chapit la Kopi

ପବିତ୍ର ବାଇବଲ

7 କିନ୍ତୁ ସପ୍ତମ ଦୂତ ସେହି ଦିନମାନଙ୍କରେ ତୂରୀ ବଜାନ୍ତେ ପରମେଶ୍ୱର ଆପଣା ସେବକ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କୁ କହିଥିବା ବାକ୍ୟ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହେବ।”

Gade chapit la Kopi




ପ୍ରକାଶିତ 10:7
9 Referans Kwoze  

ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,


ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ ।


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;


ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,


କାରଣ ଈଶ୍ୱରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ସେମାନଙ୍କ ମନରେ ସୂଚାଇ ଦେଲେ ।


Swiv nou:

Piblisite


Piblisite