Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:18 - ଓଡିଆ ବାଇବେଲ

18 ଅଣଯିହୂଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି, ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ବିଜାତିମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲା, ପୁଣି ମୃତମାନଙ୍କ ବିଚାର କରିବା ସମୟ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁସ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଅଣଇହୁଦୀମାନେ କ୍ଷୁବ୍ଧ ହୋଇଛନ୍ତି; କାରଣ ତୁମ କ୍ରୋଧର ସମୟ ଉପସ୍ଥିତ, ମୃତମାନେ ଏବେ ବିଚାରିତ ହେବେ। ତୁମର ସେବକ ଭାବବାଦୀମାନେ ଓ ଯେଉଁମାନେ ତୁମକୁ ଭୟ କରୁଛନ୍ତି, ମାନ୍ୟଗଣ୍ୟ କିଅବା ନଗଣ୍ୟ ସମସ୍ତେ ପୁରସ୍କୃତ ହେବେ ଏବଂ ଯେଉଁମାନେ ପୃଥିବୀକୁ ଧ୍ୱଂସ କରନ୍ତି, ସେମାନେ ମଧ୍ୟ ଧ୍ୱଂସ ପାଇବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଅଣଯିହୁଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲା, ପୁଣି, ମୃତମାନଙ୍କ ବିଚାର କରିବା ସମୟ, ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଏବଂ ତୁମ୍ଭ ନାମର ଭୟକାରୀ, ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର, ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।”

Gade chapit la Kopi

ପବିତ୍ର ବାଇବଲ

18 ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ, ମୃତମାନଙ୍କର ବିଗ୍ଭର ସମୟ ଆସିଛି; ତୁମ୍ଭ ସେବକମାନଙ୍କୁ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”

Gade chapit la Kopi




ପ୍ରକାଶିତ 11:18
48 Referans Kwoze  

ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।


ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଈଶ୍ୱରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର ।


କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ ।


ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି ।


କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।


ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ ।


ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ ।


ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।


ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,


ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ ।


ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ ।


ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।


ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।


ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;


ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।


ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର ।


କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ ।


ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।


ମାତ୍ର ବିଚାର ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।


ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।


ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;


ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।


ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍‍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।


ମାତ୍ର ଈଶ୍ୱରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ ।


ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧିନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,


ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧିନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ ।


Swiv nou:

Piblisite


Piblisite